ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲା ଉଠାଦୋକାନୀ ମହାସଂଘ

197

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ୍ ପାଣ୍ଠିରୁ କରୋନାର ଦ୍ୱିତୀୟ ଲହରରେ କ୍ଷତିଗ୍ରସ୍ତ ହୋଇଥିବା ସହରାଂଚଳ ଉଠାଦୋକାନୀ ମାନଙ୍କ ପାଇଁ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଞ୍ଜୁର କରିଥିବାରୁ ଓଡ଼ିଶା ଉଠାଦୋକାନୀ ମହାସଂଘର ରାଜ୍ୟ ସଭାପତି ପ୍ରତାପ କୁମାର ସାହୁ ମୁଖ୍ୟମନ୍ତ୍ରୀ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
ଶ୍ରୀ ସାହୁ କହିଛନ୍ତି ଯେ, ମହାସଂଘ ତରଫରୁ ଗତ କିଛିଦିନ ପୂର୍ବେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କରୋନାର ଦ୍ୱିତୀୟ ଲହରରେ ଉଠାଦୋକାନୀଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗି ଯାଇଥିବାରୁ ସେମାନଙ୍କୁ ମାସିକ ୫ ହଜାର ଟଙ୍କା ଏବଂ ୨୦ ହଜାର ଟଙ୍କା ଲୋନ ଯୋଗାଇ ଦେବା ପାଇଁ ଅନୁରୋଧ କରାଯାଇଥିଲା । ବିଳମ୍ବରେ ହେଲେ ମଧ୍ୟ ମୁଖ୍ୟମନ୍ତ୍ରୀ ତାଙ୍କ ରିଲିଫ ପାଣ୍ଠିରୁ ଉଠାଦୋକାନୀମାନଙ୍କୁ କରୋନା ସହାୟତା ରାଶି ଘୋଷଣା କରିଛନ୍ତି । ବାକି ରହିଯାଇଥିବା ଉଠାଦୋକାନୀମାନଙ୍କୁ ସର୍ଭେ କରାଯାଇ ସେମାନଙ୍କୁ ତୁରନ୍ତ କୋଭିଡ଼ ସହାୟତା ରାଶି ପ୍ରଦାନ କରିବାକୁ ସେ ଅନୁରୋଧ କରିଛନ୍ତି ।

Leave A Reply

Your email address will not be published.