ରାଜ୍ୟରେ ଗୋଟିଏ ଦିନରେ ୩୧୪୪ କରୋନା ଆକ୍ରାନ୍ତ ଚିହ୍ନଟ

149

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୩୧୪୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୪୫୯୪ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୪୩୫୨୨ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୧୯୦୭୭ ରହିଛି ।ଆଜି ଚିହ୍ନଟ ହୋଇଥିବା ୩୧୪୪ ଜଣଙ୍କ ମଧ୍ୟରୁ ୧୮୨୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୩୨୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୫୨୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

Leave A Reply

Your email address will not be published.