ମୁଖ୍ୟମନ୍ତ୍ରୀଙ୍କ ଘୋଷଣାରେ ନୂଆଁ କଥା ଥାଏ : ସାଂସଦ ଚନ୍ଦ୍ର ଶେଖର ସାହୁ

164

ପାରଳାଖେମୁଣ୍ଡି: ଲୋକ ଆଶା କରିନଥିବା କଥାକୁ କାର୍ଯ୍ୟରେ ଦେଖାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଚକିତ କରି ଦେଇଥାନ୍ତି । ପ୍ରତ୍ୟେକଟି ଜନହିତକାରୀ ଘୋଷଣାରେ ନୂତନତ୍ୱ ଅଛି। ମୁଖ୍ୟମନ୍ତ୍ରୀଙ୍କ ପ୍ରତ୍ୟେକଟି ଜନମଙ୍ଗଳ କାର୍ଯ୍ୟ ଅନ୍ୟ ମାନଙ୍କ ପାଇଁ ଉଦାହରଣୀୟ । ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟରେ ଆୟୋଜିତ ଧନ୍ୟବାଦ ଅର୍ପଣ ଉତ୍ସବରେ ବରେଣ୍ୟ ଅତିଥି ରୂପେ ବ୍ରହ୍ମପୁର ଲୋକସଭା ସାଂସଦ ଚନ୍ଦ୍ରଶେଖର ସାହୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ । ସରକାରୀ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ର/ଛାତ୍ରୀଙ୍କୁ ମେଡିକଲ ଓ ବୈଷୟିକ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣର ବ୍ୟବସ୍ଥା ଓଡ଼ିଶା ସରକାର ଗ୍ରହଣ କରିଥିବା ଓ ଏହା ମନ୍ତ୍ରୀ ମଣ୍ଡଳ ବୈଠକରେ ଗୃହିତ ହୋଇଥିବା ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ ଜଣାଇବା ଉଦେଶ୍ୟରେ ଏକ ସମାଗମ ଅନୁଷ୍ଠିତ ହୋଇଥିଲା । ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ବୃଷକେତୁ ଦାଶଙ୍କ ପୌରହିତ୍ୟରେ ଅନୁଷ୍ଠିତ ଅଭିଭାବକ, ଶିକ୍ଷକ, ଶିକ୍ଷୟିତ୍ରୀ ସମାବେଶରେ ଉପଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ରାଜଜେମା କଲ୍ୟାଣୀ ଗଜପତି, ମହାରାଜାଙ୍କ ବାଳିକା ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଜି. ସୁଦର୍ଶନ ରାଓ, ମହେନ୍ଦ୍ରଗିରି ପୌର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ବିଜ୍ଞାନ ନିରୀକ୍ଷକ ସାତ୍ମିକ କୁମାର ପଟ୍ଟନାୟକ ମଞ୍ଚାସୀନ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଘୋଷଣାରେ ସମାବେଶରେ ସାଧୁବାଦ ଅର୍ପଣ କରାଯାଇଥିଲା । ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ.ବୃଷକେତୁ ଦାଶ ସଭା ପରିଚାଳନା କରିଥିବା ବେଳେ ଶିକ୍ଷକ ଜଗନ୍ନାଥ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ମହାରାଜାଙ୍କ ଉଚ୍ଚ ବିଦ୍ୟାଳୟର ଶିକ୍ଷକ,ଶିକ୍ଷୟିତ୍ରୀ ଓ କର୍ମଚାରୀ ଗଣ ସମାବେଶ ପରିଚାଳନାରେ ସହଯୋଗ କରିଥିଲେ ।

Leave A Reply

Your email address will not be published.