-ମୋଟ ମୃତ୍ୟୁ ସଂଖ୍ୟା ୮୨୯୮ ହେଲା
ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୨ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୨୯୮ ହୋଇ ଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଓ ସୁନ୍ଦରଗଡ ଜିଲ୍ଲାରେ ୧-୧ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିିଛି ।