ଟ୍ରକ୍ ଓଲଟି ଦୁଇ ମୃତ, ୨୦ ଆହତ

141

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ଆର୍‌. ଉଦୟଗିରି ନିକଟ କଙ୍କଡ଼ାଗୁଡ଼ା ଛକରେ ଏକ ମିନି ଟ୍ରକ୍ ଭାରସାମ୍ୟ ହରାଇ ଓଲଟି ପଡିବା ଫଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି । ଟ୍ରକ୍ ଟି ବରଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଦୁର୍ଘଟଣା ଗ୍ରସ୍ତ ହୋଇଛି । ମୃତାହତ ମାନେ ତୁମୁନ ଗାଁରୁ ଜମାଡିହ ଗାଁକୁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା ।  ଖବର ପାଇ ଆର୍ ଉଦୟଗିରି ପୋଲିସ ଘଟଣାସ୍ଥଳରେ ପହଂଚି ଉଦ୍ଧାର କାର୍ଯ୍ୟ ଜାରୀ ରଖିଛି । ଆହତ ମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତି କରାଯାଇଛି ।

Leave A Reply

Your email address will not be published.