ଭୁବନେଶ୍ୱର : ମଙ୍ଗଳବାର ଦିନ ଟିକା ଅଭାବରୁ ଆଜି ରାଜ୍ୟର ୧୧ ଜିଲ୍ଲାରେ ଟିକାକରଣ ବନ୍ଦ ରହିଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ମିଳିଥିବା ସୂଚନା ଅନୁସାରେ ବାଲେଶ୍ୱର, ବରଗଡ଼, ବୌଦ୍ଧ, କଟକ, ଗଜପତି, ଜଗତସିଂହପୁର, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ସମ୍ବଲପୁର ଓ ସୋନପୁର ଜିଲ୍ଲାରେ ଟିକାକରଣ ହେଉନାହିଁ । ଏନେଇ କେବଳ ୧୨୩ଟି କେନ୍ଦ୍ରରେ ଟିକାକରଣ ଚାଲିଛି ।
ରାଜ୍ୟରେ କୋଭିସଲ୍ଡ ଟିକାର ଉକ୍ରଟ ଅଭାବ ଦେଖା ଦେଇଛି । ରାଜ୍ୟରେ ଆଜି ସୁଦ୍ଧା ୧୯ ହଜାର ୯୦୦ କୋଭିସିଲ୍ଡ ଟିକା ମହଜୁଦ ରହିଥିବା ବେଳେ କୋଭାକ୍ସିନ ରହିଛି ୩ଲକ୍ଷ ୧୫ ହଜାର ୫୩୦ ଡୋଜ । ରାଜ୍ୟରେ ଏପର୍ଯ୍ୟନ୍ତ ୫୯ ଲକ୍ଷ ୪ ହଜାର ୩୧୪ ଜଣ ଟିକା ନେଇ ସାରିଲେଣି । ଅନ୍ୟ ପକ୍ଷରେ ଆଜି ୧ଲକ୍ଷ କୋଭିସିଲ୍ଡ ଟିକା ଆସିବ ବୋଲି ସୂଚନା ମିଳିଛି ।