ଭୁବନେଶ୍ୱର,: ରାଜ୍ୟରେ ବଢୁଥିବା ରୌଦ୍ରତାପକୁ ଦୃଷ୍ଟିରେ ରଖି ସରକାର ରାଜ୍ୟରେ ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହା ଆସନ୍ତା ଏପ୍ରିଲ ୨ରୁ ଲାଗୁ ହେବ । ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ତେବେ ଏ ପର୍ଯ୍ୟନ୍ତ ସମୟ ସାରଣୀ ପ୍ରକାଶ କରାଯାଇାନାହିଁ । ଏହି ସପ୍ତାହ ମଧ୍ୟରେ ନିର୍ଦ୍ଦିଷ୍ଟ ସମୟ ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଛନ୍ତି । ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ସନ୍ଧ୍ୟାରେ ଲୋକସେବା ଭବନଠାରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ନିଆଯାଇଥିବା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ । ବୈଠକରେ ସମସ୍ତ ଜିଲ୍ଲାପାଳ ଓ ଉପସ୍ଥିତ ବିଭିନ୍ନ ବିଭାଗର ସଚିବସ୍ତରୀୟ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆଗୁଆ ଆସିଛି । ରାଜ୍ୟର ଅନେକ ଜିଲ୍ଲାରେ ତାପମାତ୍ରା ଅଧିକ ରହୁଛି । ଯଦିଓ ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆଗାମୀ ଦିନରେ ତାପମାତ୍ରା କମିବ, ତେବେ ଆମକୁ ସତର୍କତା ଅବଲମ୍ବନ କରିବାକୁ ପଡିବ । ସରକାରୀ ସ୍ତରରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ଯାହା ଏସ୍ଓପି ଜାରି କରାଯାଇଛି, ତାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ
ଆବଶ୍ୟକସ୍ଥଳେ ଏସ୍ଓପି ବାହାରେ ମଧ୍ୟ କାମ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଥିଲେ । ଜିରୋ କାଜୁଆଲଟି ଲକ୍ଷ୍ୟ ରଖି ସମସ୍ତେ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ । ସେ କହିଥିଲେ, ଅଂଶୁଘାତର ମୁକାବିଲା ପାଇଁ ଛାଇ ଓ ପାଣି ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ସହରାଞ୍ଚଳରେ ଟ୍ରାଫିକ ଛକ ଏବଂ ଗ୍ରାମାଞ୍ଚଳରେ ବସ୍ଷ୍ଟାଣ୍ଡ ଗୁଡିକରେ ଛାଇ ପାଇଁ ଟେଣ୍ଟ ବ୍ୟବସ୍ଥା ଓ ଜଳଛତ୍ର ବ୍ୟବସ୍ଥା କରିବା ପାଇଁ ସମସ୍ତେ ଯତ୍ନବାନ ହେବା ପାଇଁ ସେ ପରାମର୍ଶ ଦେଇଥିଲେ । ବିଗତ ଦିନରେ ସଚେତନତାମୂଳକ ପ୍ରଚାର ପ୍ରସାର ଜରିଆରେ ଆମେ ସଫଳତା ପାଇଛୁ । ତେଣୁ ଅଂଶୁଘାତରୁ ରକ୍ଷା ପାଇବା ପାଇଁ ଟିଭି, ରେଡିଓ, ଖବରକାଗଜ ଓ ସାମାଜିକ ଗଣମାଧ୍ୟମ ଜରିଆରେ ବ୍ୟାପକ ପ୍ରଚାର ପ୍ରସାର ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ।
Sign in
Sign in
Recover your password.
A password will be e-mailed to you.
Prev Post