ନବୀନ ଓଡ଼ିଶାରେ ଗାଁ ହେବ ରୂପାନ୍ତରର ପ୍ରକୃତ କେନ୍ଦ
ଭୁବନେଶ୍ୱର,୩ା୧୧(ଡିକେ ନୁ୍ୟଜ): ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ୱକାଂକ୍ଷୀ ଯୋଜନା “ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ । ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁୟ ଆଜି ଭୁବନେଶ୍ୱରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
କାର୍ଯ୍ୟକ୍ରମର ନବମ ଦିନରେ କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । ଆଜିର କାର୍ଯ୍ୟକ୍ରମ ପାଇଁ
କଳାହାଣ୍ଡି ଜିଲ୍ଲାର ୫ଟି ଓ ନବରଙ୍ଗପୁର ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା । “ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର
ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ । ଏକ ଆକାଂକ୍ଷୀ ଓଡିଶା ଗଠନପାଇଁ ଏହା ହେବ ମୂଳ ଭିତ୍ତି । କଳାହାଣ୍ଡିଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀକୁ ମିଳିଛି୧୫୫ କୋଟି ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡ଼ିକ ହେଲା- ଜୁନାଗଡ, ଲାଞ୍ଜିଗଡ, ନର୍ଲା, ଧର୍ମଗଡ, ଭବାନୀପାଟଣା । ଏହିସବୁ ନିର୍ବାଚନମଣ୍ଡଳୀର ୧୩ଟି ବ୍ଲକ୍ର ୩୧୦ଟି ଗ୍ରାମ ପଞ୍ଚାୟତରେ ୪୬୭୮ଟି ପ୍ରକଳ୍ପ ହେବ । ସେହିପରି ନବରଙ୍ଗପୁର ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୪.୫୦କୋଟି ଟଙ୍କା ମଞ୍ଜୁର ହୋଇଛି । ଏହିନିର୍ବାଚନମଣ୍ଡଳୀ ଗୁଡିକ ହେଲା- ଡାବୁଗାଁ, ନବରଙ୍ଗପୁର, ଉମରକୋଟ, ଝରିଗାଁ ।ଏଥିରେ ୧୦ଟି ବ୍ଲକ୍ର ୧୮୯ଟି ଗ୍ରାମପଞ୍ଚାୟତରେ ୨୯୪୨ଟି ପ୍ରକଳ୍ପ କରାଯିବ । ଏହି ଅବସରରେ ଉଦ୍ବୋଧନ
ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ । “ଆମ ଓଡ଼ିଶା ନବୀନ ଓଡ଼ିଶା’
କାର୍ଯ୍ୟକ୍ରମରେ ଗାଁଗୁଡିକ ହେବ ରୂପାନ୍ତରର ପ୍ରକୃତ କେନ୍ଦ୍ର । ଗାଁର ଲୋକମାନେ ହିଁ ନୂଆ ଓଡ଼ିଶାର ପରିଚୟ ସୃଷ୍ଟି କରିବେ ବୋଲି ସେ କହିଥିଲେ । ସେ ପୁଣି କହିଲେ ଯେ ଆମର
ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡ଼ିଶା ନବୀନ ଓଡ଼ିଶା । ନବୀନ ଓଡ଼ିଶାର ପରିଚୟ ନେଇ ରାଜ୍ୟର ପ୍ରତି ଗାଁ ବିକାଶର ମାର୍ଗରେ ଆଗକୁ ବଢିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସବୁ ଗାଁର ବିକାଶ ଆମର ଲକ୍ଷ୍ୟ । ଗାଁରେ ସମସ୍ତଙ୍କୁ ମିଳିବବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ୱାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ । ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ୱ ପ୍ରେମ,
ଶାନ୍ତି, ସଦ୍ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା
ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣକରାଯିବ । ପ୍ରତି ପୂଜାସ୍ଥଳୀର ବିକାଶକରାଯିବୟ ଐତିହ୍ୟ ସ୍ଥଳୀ ଗୁଡିକରସଂରକ୍ଷଣ କରାଯିବ । ଆମର ଭବିଷ୍ୟତ
ବଂଶଧରମାନଙ୍କ ନିମନ୍ତେ ଏସବୁ ସଂସ୍କୃତିଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀକହିଥିଲେ । ୫ଟି ତଥା ନବୀନ ଓଡିଶାଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛିବୋଲି କହିଥିଲେ । ଶ୍ରୀ ପାଣ୍ଡିଆନ୍କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହାହେଉଛି ୫ମ ପାଳି । ଏହି ପାଳିରେମୁଖ୍ୟମନ୍ତ୍ରୀ ଓଡିଶାରେ ରୂପାନ୍ତରର ଯୁଗଆରମ୍ଭ କରିବା ସହିତ ମା’ ମାନଙ୍କୁ ୫ଟିସୁନ୍ଦର ଉପହାର ଦେଉଛନ୍ତି । ୫ ଟଙ୍କାରେ
ଆହାର, ମମତା ଯୋଜନାରେ ଗର୍ଭବତୀମା’ ମାନଙ୍କୁ ୫ ହଜାର ଟଙ୍କା ସହାୟତା,ଲକ୍ଷ୍ମୀ ବସ୍ ଯୋଜନାରେ ମା’ ମାନଙ୍କୁ ୫ଟଙ୍କାରେ ପାଇଁ ବସରେ ଯିବା ଆସିବାର
ସୁବିଧା, ମିଶନ ଶକ୍ତିରେ ମା’ ମାନଙ୍କୁ ବିନାସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ, ତାସହିତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେସମସ୍ତଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା
ସୁବିଧା ଥିବା ବେଳେ ମା’ ମାନଙ୍କ ପାଇଁଆଉ ଅଧିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସାସୁବିଧା କରାଯାଇଛି ବୋଲି ୫-ଟି ଅଧ୍ୟକ୍ଷଶ୍ରୀ ପାଣ୍ଡିଆନ କହିଥିଲେ । ଶ୍ରୀ ପାଣ୍ଡିଆନକହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରଜିଲ୍ଲାଗସ୍ତ ପରେ କଳାହାଣ୍ଡି ଜିଲ୍ଲାର ଜୁନାଗଡନିର୍ବାଚନ ମଣ୍ଡଳୀରେ ୪ଟି ଗୁରୁତ୍ୱପୂର୍ଣ୍ଣପ୍ରକଳ୍ପ ପାଇଁ ୩୩ କୋଟି ଟଙ୍କା ମଞ୍ଜୁରକରାଯାଇଛି । ଏଥିରେ କଲମପୁର ଓଜୁନାଗଡ ବ୍ଲକରେ ହାତୀ ନଦୀର ବାମ ପାଶ୍ୱର୍ବନ୍ଧର ସୁଦୃଢିକରଣ ପାଇଁ ୨୯ କୋଟି ଟଙ୍କାମଞ୍ଜୁର କରାଯାଇଛି । ଏହା ସହିତ ଜୁନାଗଡମା’ ଲଙ୍କେଶ୍ୱରୀ ମନ୍ଦିରର ସୌନ୍ଦର୍ଯ୍ୟକରଣ,ଗୋଟିଏ କଲେଜ ଓ ଉଚ୍ଚ ମାଧ୍ୟମିକବିଦ୍ୟାଳୟର ରୂପାନ୍ତର ସାମିଲ । ଲାଞ୍ଜିଗଡନିର୍ବାଚନ ମଣ୍ଡଳୀରେ ୧୭ଟି ଗୁରୁତ୍ୱପୂର୍ଣ୍ଣପ୍ରକଳ୍ପ ପାଇଁ ୬୦.୨୬ କୋଟି ଟଙ୍କା ମଞ୍ଜୁରକରାଯାଇଛି । ଏଥିରେ ପ୍ରସିଦ୍ଧ ମା’ମାଣିକେଶ୍ୱରୀ ମନ୍ଦିରର ଉନ୍ନତି ଓସୌନ୍ଦର୍ଯ୍ୟକରଣ ପାଇଁ ୧ କୋଟି ୭୪ ଲକ୍ଷଟଙ୍କା ମଞ୍ଜୁର କରାଯାଇଛି । ନିକଟରେକଳାହାଣ୍ଡି ଗସ୍ତ ବେଳେ ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକ କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ମା’
ମାଣିକେଶ୍ୱରୀଙ୍କ ନାମରେ ନାମିତକରିଛନ୍ତି । ଥୁଆମୂଳ-ରାମପୁର ଜଗନ୍ନାଥମନ୍ଦିର, ପିପଳନଳାଠାରେ ପର୍ଯ୍ୟଟନବିକାଶ, ରାବଣଧାରା ଜଳପ୍ରପାତ ପର୍ଯ୍ୟଟନବିକାଶ ଆଦି ପ୍ରକଳ୍ପ ମଞ୍ଜୁର କରାଯାଇଛି ।ଭଟଙ୍ଗପଦର ଓ କାଚଲେଖାଠାରେ ୧୨୦ଆସନ ବିଶିଷ୍ଟ ୩ଟି ହଷ୍ଟେଲ ନିର୍ମାଣକରାଯିବ । ଏଥିପାଇଁ ୯ କୋଟି ଟଙ୍କାମଞ୍ଜୁର କରାଯାଇଛି । ଇନ୍ଦ୍ରାବତୀ ଜଲଭଣ୍ଡାରବିଚ୍ଛିନ୍ନାଞ୍ଚଳର ବିକାଶ ଓ ସୌନ୍ଦର୍ଯ୍ୟକରଣପାଇଁ ମଧ୍ୟ ୧.୫୦ କୋଟି ଟଙ୍କା ମଞ୍ଜୁରହୋଇଛି । ନର୍ଲା ନିର୍ବାଚନ ମଣ୍ଡଳୀରେ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୨.୪୬ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏଥିରେ ବେଲଖଣ୍ଡିମନ୍ଦିରର ଉନ୍ନତିକରଣ ସହିତ ତୁଳାପଡାଠାରେ ଏକ ଅନୁସୂଚିତ ଜନଜାତି ବାଳିକା
ଛାତ୍ରାବାସ ରହିଛି । ଏହା ସହିତ ଉତେଇ ମୁଖ୍ୟ କେନାଲର ସର୍ଭିସର ରାସ୍ତା ଉନ୍ନତୀକରଣଏବଂ ରିଷିଡା ଦିଷ୍ଟି ୟୁଆଇପିର ସର୍ଭିସ ରୋଡର ଉନ୍ନତୀକରଣ ପାଇଁ ୫.୩୧ କୋଟି
ଟଙ୍କା ମଞ୍ଜୁର କରାଯାଇଛି । ଧର୍ମଗଡ ନିର୍ବାଚନ ମଣ୍ଡଳୀରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପପାଇଁ ୧୦.୪୮ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏଥିରେ ଆମପାଣି ବୁଢାରାଜା
ମନ୍ଦିର, ଧର୍ମଗଡ ମା’ ଭଣ୍ଡାରଘରଣୀ ମନ୍ଦିର ଓ କରକ ଜଳପ୍ରପାତ ପର୍ଯ୍ୟଟନ ପ୍ରକଳ୍ପସାମିଲ । ଧର୍ମଗଡ ଯଶୋଦା ଆଶ୍ରମ ହଷ୍ଟେଲ ପାଇଁ ୩.୨୧ କୋଟି ଟଙ୍କା, ଟାଉନହଲ
ପାଇଁ ୨.୭୭ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ଅନେକ ସ୍କୁଲ ଓକଲେଜ ମଧ୍ୟ ରହିଛି । ଭବାନିପାଟଣା ନିର୍ବାଚନ ମଣ୍ଡଳୀରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ
ପାଇଁ ୨୦.୪୮ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏଥିରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟରଉନ୍ନତି ପାଇଁ ୧.୨୫ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି । ଏହା ଡିସେମ୍ବର ସୁଦ୍ଧା ସରିବ
ଏବଂ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ଭାବେ ଉଚ୍ଚ ଶିକ୍ଷା ବିକାଶରେ ଗୁରୁତ୍ୱପୂର୍ଣ୍ଣଭୂମିକା ଗ୍ରହଣ କରିବ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ । ସେହିପରି ଭବାନିପାଟଣା
ମହିଳା କଲେଜ କାମ ମଧ୍ୟ ଡିସେମ୍ବର ସୁଦ୍ଧା ସରିବ । ଭବାନିପାଟଣା ଆଶାସାଗରପୁଷ୍କରଣୀର ସୌନ୍ଦର୍ଯ୍ୟକରଣ ପାଇଁ ୬.୩୯ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା
ସହିତ କାର୍ଲାପଡାରେ ୧୨୦ ଆସନ ବିଶିଷ୍ଟ ଏସ୍ଟି ଗାର୍ଲସ ହଷ୍ଟେଲ ପାଇଁ ୩ କୋଟିଟଙ୍କା ମଞ୍ଜୁର କରାଯାଇଛି । ଏହି ପରି କଳାହାଣ୍ଡି ଜିଲ୍ଲାର ୫ଟି ନିର୍ବାଚନ ମଣ୍ଡଳୀରେ
ସମୁଦାୟ ୪୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୩୬.୬୮ କୋଟି ଟଙ୍କା ମଞ୍ଜୁର କରାଯାଇଛିବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ । ଶ୍ରୀ ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ
କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ନବରଙ୍ଗପୁର ଜିଲ୍ଲାର ଡାବୁଗାଁ ନିର୍ବାଚନ ମଣ୍ଡଳୀରେ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୭.୯୨ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏଥିରେ
ଗୁଚ୍ଛାଗୁଡାଦେଇ ଏକୋରି ପର୍ଯ୍ୟନ୍ତ ରାସ୍ତା ଉପରେ ସେତୁ କରିବା ପାଇଁ ୮.୫୮ କୋଟିଟଙ୍କା ମଞ୍ଜୁର କରାଯାଇଛି । ଏହା ଦ୍ୱାରା ୩ ହଜାର ୫୦୦ ଲୋକ ଉପକାର ପାଇବେ ।
ସେହିପରି ନୂଆଗୁଡାଠାରେ ଏକ ସେତୁ ପାଇଁ ୫.୫୪ କୋଟି ଟଙ୍କା ମଞ୍ଜୁର କରାଯାଇଛି ।ଏହା ଦ୍ୱାର ୪୩୧୮ ଲୋକ ଉପକାର ପାଇବେ । ପାପଡାହାଣ୍ଡି- ଉମରକୋଟ ରାସ୍ତା
ତୁରିନାଳ ଉପରେ ସେତୁ ପାଇଁ ୭.୧୪ କୋଟି ଟଙ୍କା, ୫ ଲକ୍ଷ ଲୋକ ଉପକାରପାଇବେ । ଏହା ସହିତ ଅନେକ ସେତୁ, ସଡକ ଓ ବିଦ୍ୟାଳୟ ପାଇଁ ଅର୍ଥ ମଞ୍ଜୁର
କରାଯାଇଛି । ଝରିଗାଁ ନିର୍ବାଚନ ମଣ୍ଡଳୀରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୧୧.୬୮କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏଥିରେ ଚନ୍ଦାହାଣ୍ଡିରେ ଏକ କ୍ଷୁଦ୍ର ଜଳସେଚନ
ପ୍ରକଳ୍ପ ପାଇଁ ୬୧.୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ଦ୍ୱାରା ୧୧ ହଜାର·ଷୀ ଉପକାର ପାଇବେ । ସେହିପରି ଝରିଗାଁ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ପାଇଁ ୪୦.୬୭
କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ଦ୍ୱାର ୫ ହଜାର ·ଷୀ ଉପକାର ପାଇବେ ।ଚନ୍ଦନଧାରା ଓ ଭୈରଘୁମର ଜଳପ୍ରପାତରେ ୨ଟି ପର୍ଯ୍ୟଟନ ପ୍ରକଳ୍ପ ହେବ, ଏଥିରେ
ପ୍ରାୟ ୮୦ ହଜାର ଲୋକ ଉପକୃତ ହେବେ । ଭାସ୍କେଲ ନଦୀ ଉପରେ ବନ୍ୟା ନିୟନ୍ତ୍ରଣପ୍ରକଳ୍ପ କରାଯିବ, ଏହା ଦ୍ୱାରା ୫୦ ହଜାର ଲୋକ ଉପକାର ପାଇବେ । ସେହିପରି
ମା’ ବିଦ୍ରୀ ମନ୍ଦିରର ଉନ୍ନତିକରଣ ଓ ଅନେକ ସ୍କୁଲ କଲେଜ ରହିଛି । ଉମରକୋଟନିର୍ବାଚନ ମଣ୍ଡଳୀରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୬ କୋଟି ଟଙ୍କା ମଞ୍ଜୁର
କରାଯାଇଛି । ଏଥିରେ ଭାକେଲ ଡ୍ୟାମ ଉପରେ ପର୍ଯ୍ୟଟନ ପ୍ରକଳ୍ପ ପାଇଁ ୫.୬୭କୋଟି, ପୋଡାଗଡ ପ୍ରସିଦ୍ଧ ଶୈବ ପୀଠ ଓ ଐତିହାସିକ କ୍ଷେତ୍ରରେ ପର୍ଯ୍ୟଟନ
ଭିତ୍ତିଭୂମି ପାଇଁ ୩ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହି ୨ଟି ପ୍ରକଳ୍ପ ଦ୍ୱାର ୧ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ । ସେହିପରି ନାୟକଗୁଡାରୁ ପିତିସିଲ
ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ପାଇଁ ୪ କୋଟି ଟଙ୍କା, ଭାସ୍କେଲ ଡ୍ୟାମର ତଳପଟେପିଲାଙ୍କ ପାର୍କ ପାଇଁ ୧.୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ନବରଙ୍ଗପୁର
ନିର୍ବାଚନ ମଣ୍ଡଳୀରେ ୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୩.୧୧ କୋଟି ଟଙ୍କାମଞ୍ଜୁର କରାଯାଇଛି । ଏଥିରେ ନବରଙ୍ଗପୁର ପୌରାଞ୍ଚଳରେ ୪ଟି ବହୁମୂଖୀ
କମ୍ୟୁନିଟି ହଲ୍ ପାଇଁ ୩.୮୩ କୋଟି, ମାଙ୍ଗରାଡୋରା ଜଳପ୍ରପାତ ପର୍ଯ୍ୟଟନଭିତ୍ତି ପାଇଁ ୩.୨୦ କୋଟି, ମାଣ୍ଡାଡୋଗରି ଶୈବକ୍ଷେତ୍ର ଉନ୍ନତି ପାଇଁ ୨.୨୦
କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏ ସବୁ ପ୍ରକଳ୍ପ ଦ୍ୱରା ୨ ଲକ୍ଷରୁ ଅଧିକଲୋକ ଉପକାର ପାଇବେ । ନବରଙ୍ଗପୁର କଲେଜ ଓ ମଡେଲ ଡିଗ୍ରୀ କଲେଜ
ଉନ୍ନତିକରଣ ସହିତ ମା’ ଭଣ୍ଡାରଘରଣୀ ମନ୍ଦିର ସୌନ୍ଦର୍ଯ୍ୟକରଣ ପ୍ରକଳ୍ପମଧ୍ୟ ନିଆଯାଇଛି । ନବରଙ୍ଗପୁରର ଲାଖ କାରିଗରଙ୍କ ପାଇଁ ଏକ କଞ୍ଚାମାଲ
ବ୍ୟାଙ୍କ ମଧ୍ୟ କରାଯିବ । ଏହା ଦ୍ୱାର ୨୦୦ କାରିଗର ପରିବାର ଉପକାରପାଇବେ । ଏହିପରି ନବରଙ୍ଗପୁର ଜିଲ୍ଲାର ୪ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ
୩୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୬୮.୭୩ କୋଟି ଟଙ୍କା ମଞ୍ଜୁରକରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ । ଏହିପରି ୨ଟି ଜିଲ୍ଲାରେ
ସମୁଦାୟ ୭୫ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୩୦୫.୪୧ କୋଟି ଟଙ୍କା ମଞ୍ଜୁରହୋଇଛି ବୋଲି ୫-ଟି ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ । ଏହି
କାର୍ଯ୍ୟକ୍ରମରେ ବିଧାୟକ ଦିବ୍ୟଶଙ୍କର ମିଶ୍ର, ବିଧାୟକ ପ୍ରଦୀପ କୁମାର ଦିଶାରି,ବିଧାୟକ ଭୂପିନ୍ଦର ସିଂ, ବିଧାୟକ ମୌସଧି ବାଗ, ବିଧାୟକ ମନୋହର
ରନ୍ଧାରି, ବିଧାୟକ ପ୍ରକାଶ ଚନ୍ଦ୍ର ମାଝୀ, ବିଧାୟକ ସଦାଶିବ ପ୍ରଧାନୀଙ୍କ ସମେତଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ
ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇଥିଲେ । ଜୁନାଗଡରେଉପସ୍ଥିତ ବିଧାୟକ ଦିବ୍ୟଶଙ୍କର ମିଶ୍ର କହିଲେ ଯେ କଳାହାଣ୍ଡିରେ ମେଡିକାଲ
କଲେଜ, ବିଶ୍ୱବିଦ୍ୟାଳୟ ଆଦି ପ୍ରତିଷ୍ଠା କରି ମୁଖ୍ୟମନ୍ତ୍ରୀ ଶିକ୍ଷାର ବିକାଶଜରିଆରେ ଜିଲ୍ଲାକୁ ମା ସରସ୍ୱତୀକୁ ଆଣିଛନ୍ତି । ପୂର୍ବରୁ ଇନ୍ଦ୍ରାବତୀ ଜରିଆରେ
ମା’ ଗଙ୍ଗାଙ୍କୁ ଆଣିଛନ୍ତି ଏବଂ ନିକଟରେ ପରିବହନ ବ୍ୟବସ୍ଥାରେ ମା’ ଲକ୍ଷ୍ମୀଙ୍କୁମଧ୍ୟ ଆଣିଛନ୍ତି । ଏବେ କଲାହାଣ୍ଡିରେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ତିନି ଦେବୀଙ୍କ
ଆଶୀର୍ବାଦ ମିଳିଛି । ନର୍ଲାରେ ଉପସ୍ଥିତ ବିଧାୟକ ଭୂପିନ୍ଦର ସିଂ କହିଲେ ଯେମୁଖ୍ୟମନ୍ତ୍ରୀ ସବୁବେଳେ କହନ୍ତି କଳାହାଣ୍ଡି ତାଙ୍କ ହୃଦୟରେ ଅଛି । ଆଜି ସେ
ତାହା କାର୍ଯ୍ୟରେ କରି ଦେଖାଇଛନ୍ତି । ନବରଙ୍ଗପୁର ଝରିଗାଁରେ ଉପସ୍ଥିତବିଧାୟକ ପ୍ରକାଶ ଚନ୍ଦ୍ର ମାଝୀ ଏବଂ ଅନ୍ୟ ବିଧାୟକମାନେ କହିଥିଲେ ଯେ
୫-ଟି ଅଧ୍ୟକ୍ଷ ଜିଲ୍ଲାଗସ୍ତ ସମୟରେ ଆମର ଯେଉଁ ସବୁ ପ୍ରସ୍ତାବ ନେଇଥିଲେସେସବୁ ମାତ୍ର ୭ଦିନ ଭିତରେ ସମାଧାନ ହୋଇଗଲା । ଏଭଳି ଅନୁଭବ
ଆମ ନବରଙ୍ଗପୁର ଜିଲ୍ଲାବାସୀଙ୍କ ପାଇଁ ସମ୍ପୂର୍ଣ୍ଣ ଭାବେ ନୂଆ ଓ ବିରଳ ।କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।