ଭୁବନେଶ୍ୱର ୧୨।୦୩ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ୮୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୫୪୦ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୨ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି ।
Sign in
Sign in
Recover your password.
A password will be e-mailed to you.